ଓଡ଼ିଶାଲାଇଭ୍‌ ବ୍ୟୁରୋ

ଏପ୍ରିଲ ୧ରେ ଦିନିକିଆ ଗସ୍ତରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କୟା ନାଇଡୁ। ଓଡ଼ିଶାରେ ଦୁଇଟି ଅଫିସିଆଲ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଉପରାଷ୍ଟ୍ରପତି ଓଡ଼ିଶା ଆସିବେ। ଉପରାଷ୍ଟ୍ରପତିଙ୍କ ଗସ୍ତ ନେଇ ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବାର ବ୍ୟବସ୍ଥା କରାଯାଉଛି।

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏପ୍ରିଲ ୧ରେ ପୂର୍ବାହ୍ନ ୧୦ଟାରେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥିଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ଭୁବନେଶ୍ୱର ରେଳ ଭବନରେ ୧୧ଟା ୨୦ ମିନିଟ୍‌ରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେଇ ଉପରାଷ୍ଟ୍ରପତି ଦିଲ୍ଲୀ ଫେରିଯିବେ।

LEAVE A REPLY

Please enter your comment!
Please enter your name here