ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି  ଉପରାଷ୍ଟ୍ରପତି ଏମ୍‌. ଭେଙ୍କୟା ନାଇଡୁ। ଓଡ଼ିଶାରେ ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଉପରାଷ୍ଟ୍ରପତି ଓଡ଼ିଶା ଆସୁଛନ୍ତି। ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଆଜି ପୂର୍ବାହ୍ନ ୧୦ଟାରେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥିଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ଭୁବନେଶ୍ୱର ରେଳ ଭବନରେ ୧୧ଟା ୨୦ ମିନିଟ୍‌ରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେଇ ଉପରାଷ୍ଟ୍ରପତି ଦିଲ୍ଲୀ ଫେରିଯିବେ।

ରବିବାର ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୋଲିସ ପକ୍ଷରୁ କାରକେଡ୍‌ ଅଭ୍ୟାସ କରାଯାଇଥିଲା।

Comment