ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ଦିବସ ନବରଙ୍ଗପୁର ଜିଲ୍ଲା ସଦର ମହକୁମାଠାରେ ପାଳିତ ହୋଇ ଯାଇଛି। ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସହରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଥିଲା। ଏହାପରେ ସହର ମଧ୍ୟରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ ଯୋଗ ଦେଇଥିଲୋ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ରାଜେନ୍ଦ୍ର କୁମାର ମାଝି, ଦିଲ୍ଲୀପ କୁମାର ମଲ୍ଲିକ, ଅଜିତ କୁମାର ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ବାଘ, ନୀଳକଣ୍ଠ ନାୟକ ପ୍ରମୁଖ ସହଯୋଗ କରିଥିଲେ।

Comment