ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ଭୁବନେଶ୍ୱର ଲୋକସଭା ଆସନ ପାଇଁ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ଶହ ଶହ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଆସି ଅପରାଜିତା ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

’’ଲୋକମାନଙ୍କ ଭିତରେ ପ୍ରବଳ ଉତ୍ସାହ ରହିଛି। ଲୋକମାନେ ସ୍ୱତଃପ୍ରବୃତ୍ତ ଭାବେ ସମର୍ଥନ କରୁଛନ୍ତି। ମୁଁ ସେମାନଙ୍କ ନିକଟରେ କୃତଜ୍ଞ। ଆଗାମୀ ୫ ବର୍ଷ ଭିତରେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରକୁ ସର୍ବଶ୍ରେଷ୍ଠ କରିବା ହେଉଛି ମୋର ଲକ୍ଷ୍ୟ’’, କହିଛନ୍ତି ଅପରାଜିତା ଷଡ଼ଙ୍ଗୀ।

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ଅପରାଜିତାଙ୍କୁ ପ୍ରାର୍ଥୀ କରିଛି। ଅପରାଜିତା ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ପ୍ରଚାର ଜୋରଦାର କରିଛନ୍ତି।

ଅପରାଜିତାଙ୍କ ବିପକ୍ଷରେ ବିଜେଡିରୁ ଅରୂପ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଦେଇନି। ସିପିଆଇ(ଏମ୍) ପ୍ରାର୍ଥୀ ଜନାର୍ଦ୍ଦନ ପତିଙ୍କୁ କଂଗ୍ରେସ ସମର୍ଥନ କରୁଛି।

Comment