ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ

ବରିଷ୍ଠ ନେତା ତଥା ଓଡ଼ିଶା ପ୍ରଦେଶ କଂଗ୍ରେସର ସଭାପତି ନିରଞ୍ଜନ ପଟ୍ଟନାୟକ ସୋମବାର ଭଦ୍ରକ ଭଣ୍ଡାରିପୋଖରୀ ବିଧାନସଭା ଆସନ ପାଇଁ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହା ହେଉଛି ପିସିସି ସଭାପତିଙ୍କ ଦ୍ୱିତୀୟ ପ୍ରାର୍ଥିପତ୍ର ଦାଖଲ। ଏହା ପୂର୍ବରୁ ସେ ଘସିପୁରା ଆସନ ଲାଗି ସେ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ଭଦ୍ରକ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନିରଞ୍ଜନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଚଳିତ ନିର୍ବାଚନରେ ପିସିସ ସଭାପତି ନିରଞ୍ଜନ ପଟ୍ଟନାୟକ ଦୁଇଟି ସ୍ଥାନରୁ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଥିଲେ। ଏପ୍ରିଲ ୨ରେ ଘସିପୁର ବିଧାନସଭା ଆସନ ଲାଗି ନିରଞ୍ଜନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ଚଳିତ ନିର୍ବାଚନରେ ଭଣ୍ଡାରିପୋଖରି ବିଧାନସଭା ଆସନରୁ ବିଜେପି ବଦ୍ରି ନାରୟଣ ଧଳଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ପ୍ରାର୍ଥୀ କରିଛି। ଆଜି ନିରଞ୍ଜନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିବାପରେ ଏଥର ଭଣ୍ଡାରିପୋଖରି ଆସନରେ ତ୍ରିମୂର୍ତ୍ତୀ ଲଢ଼େଇ ହେବା।

Comment