ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ପୁରୀରେ ପହଞ୍ଚିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରି ଶାହ ପୁରୀରେ ରୋଡ ସୋ’ କରିଛନ୍ତି। ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ପାଇଁ ପ୍ରଚାର କରିଛନ୍ତି ଶାହ।

ଏହି ରୋଡ ସୋ’ରେ ସମ୍ବିତ ପାତ୍ର, କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି।

୨୩ ତାରିଖରେ ପୁରୀ ଲୋକସଭା ଆସନ ପାଇଁ ହେବ ଭୋଟ। ପୁରୀରେ ଏଥର ତ୍ରିମୁଖୀ ଲଢେଇ ଚାଲିଛି। ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର, ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ଏବଂ କଂଗ୍ରେସ ପ୍ରାର୍ଥୀ ସତ୍ୟପ୍ରକାଶ ନାୟକଙ୍କ ଭିତରେ ଚାଲିଛି ଜୋରଦାର ଟକ୍କର।

Comment