ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦୁଇ ଦିନ ହେବ କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ କୋହଲା ରହିଛି। ମଙ୍ଗଳବାର ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼,ଅନୁଗୁଳ, ସମ୍ବଲପୁର, ଯାଜପୁର।

ଏହିସବୁ ଜିଲ୍ଲାରେ ବଜ୍ରପାତ ହେବା ସହ ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି।

Comment