ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନକୁ ଦୃଷ୍ଟିରେ ରଖି ଆସନ୍ତା ୧୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତରେ ମୋଦି ରାଜଧାନୀ ଭୁବନେଶ୍ୱରରେ ପୁଣି ଥରେ ଏକ ରୋଡ୍‌ ସୋ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।

ମୋଦି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରଠାରୁ ବରମୁଣ୍ଡା ପଡ଼ିଆ ପର୍ଯ୍ୟନ୍ତ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍‌ଣ ୪ଟାରେ ବରମୁଣ୍ଡା ପଡ଼ିଆରେ ବିରାଟ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସମୀର ମହାନ୍ତି କହିଛନ୍ତି।

ଏପ୍ରିଲ୍‌ ୧୬ ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ସମ୍ବଲପୁରର ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ। ଏହା ପରେ ମୋଦିଙ୍କ ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ରୋଡ୍‌ ସୋକୁ ଦୃଷ୍ଟିରେ ରଖି ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କଡ଼ି କରାଯାଇଛି। କମିସନରେଟ୍‌ ପୋଲିସ୍‌ ପକ୍ଷରୁ ରୋଡ୍‌ରୁଟ୍‌, ପାର୍କିଂ, ସଭାସ୍ଥଳୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କଡ଼ି କରାଯାଇଛି।

Comment