ଓଡ଼ିଶାଲାଇଭ୍‌ ବ୍ୟୁରୋ

ଚଳିତ ନିର୍ବାଚନ ପରିପ୍ରେକ୍ଷୀରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଅଭିଯାନ ଜୋରଦାର ହେଉଛି। ବୁଧବାର ପୂର୍ବାହ୍ନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରଞ୍ଜିଆ ନିର୍ବାଚନ ମଣ୍ଡଳୀର ଠାକୁରମୁଣ୍ଡାଠାରେ ଏକ ନିର୍ବାଚନୀ ସଭାରେ ଦଳୀୟ କର୍ମୀମାନଙ୍କୁ ଉଦବୋଧନ ଦେଇଛନ୍ତି।

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନିଜ ଅଭିଭାଷଣ ରଖିଥିଲେ ନବୀନ। ଓଡ଼ିଶାର ବିକାଶ ପାଇଁ ଶେଷ ନିଃଶ୍ୱାସ ତ୍ୟାଗ କରିବା ପର୍ଯ୍ୟନ୍ତ ନିଜକୁ ନିୟୋଜିତ କରିବେ ଏବଂ ରାଜ୍ୟର ସାମୁହିକ ବିକାଶ ପାଇଁ ବିଜେଡି ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି।

ନବୀନ କହିଛନ୍ତି ଯେ, ସମାଜର ବିଭିନ୍ନ ବର୍ଗର ଲୋକମାନଙ୍କ ପାଇଁ ତାଙ୍କ ସରକାର ପ୍ରତିଶ୍ରୁତି ବଦ୍ଧ। ଆଗାମୀ ନିର୍ବାଚନରେ ଉଭୟ ଲୋକସଭା ଓ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ମାନଙ୍କୁ ଜିତାଇବା ପାଇଁ ନବୀନ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ କେଉଁଝର ଜିଲ୍ଲାର ବିଜେଡି ସାଂସଦ ପ୍ରାର୍ଥୀ ଚନ୍ଦ୍ରାଣୀ ମୁର୍ମୁ ଏବଂ କରଞ୍ଜିଆ ବିଧାନସଭା କ୍ଷେତ୍ରର ବିଧାୟିକା ପ୍ରାର୍ଥୀ ବାସନ୍ତୀ ହେମ୍ବ୍ରମ ପ୍ରମୁଖ ଯୋଗ ଦେଇଥିଲେ।

Comment