ଓଡ଼ିଶାଲାଇଭ ପଲିଟିକାଲ୍ ବ୍ୟୁରୋ

courtesy ANI

ସକାଳ ୭ଟାରୁ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଲାଗି ମତଦାନ। ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ଅର୍ଥାତ ଭୋଟ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ।

ସୀତାରମଣ ବେଙ୍ଗାଳୁରୁର ଜୟନଗରରେ ୫୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସୀତାରମଣ ଲାଇନରେ ରହି ଭୋଟ ଦେଇଛନ୍ତି।

ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶା ସମେତ ୧୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପୁଡ଼ୁଚେରୀରେ ଆଜି ମତଦାନ ହେଉଛି।

୯୫ ଲୋକସଭା ଆସନ ଲାଗି ମଇଦାନରେ ଅଛନ୍ତି ୧୬୦୦ରୁ ଅଧିକ ପ୍ରାର୍ଥୀ ଅଛନ୍ତି ଯେଉଁମାନଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ଜନତା।

Comment