ଓଡ଼ିଶାଲାଇଭ୍‌ ବ୍ୟୁରୋ

ସାରା ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଜାରି ରହିଛି। ତେବେ ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗୁରୁବାର ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। ଅନେକ ସ୍ଥାନରେ ଇଭିଏମ୍‌ ଅଚଳ ଯୋଗୁଁ ମତଦାନରେ ବାଧାପ୍ରାପ୍ତ ହୋଇଥିବା ସୂଚନା ଆସୁଛି। ତେବେ ଖରା ବଢ଼ିବା ପୂର୍ବରୁ ବୁଥ୍‌ ସାମ୍ନାରେ ଭୋଟର୍‌ଙ୍କ ଭିଡ଼ ଦେଖିବାକୁ ମିଳିଛି।

Comment