ଓଡ଼ିଶାଲାଇଭ୍ ବ୍ୟୁରୋ
ବରିଷ୍ଠ ବିଜେଡି ନେତା ବେଦପ୍ରକାଶ ଅଗ୍ରଓ୍ୱାଲଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକା
‘‘ବରିଷ୍ଠ ରାଜନେତା ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ସେ ଥିଲେ ବିଜୁ ବାବୁଙ୍କ ଘନିଷ୍ଠ ଏବଂ ଦୀର୍ଘ ଦିନ ଧରି ଲୋକଙ୍କ ସେବା କରିଛନ୍ତି। ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କୁ ହରାଇବା ବ୍ୟକ୍ତିଗତ ଭାବେ ମୋ ପାଇଁ ଏବଂ ଦଳ ପାଇଁ ଏକ ଅପୂରଣୀୟ କ୍ଷତି’’, ଟୁଇଟ କରି ଦୁଃଖ ପ୍ରକାଶ କରିଛନ୍ତି ନବୀନା
ବରିଷ୍ଠ ରାଜନେତା ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ସେ ଥିଲେ ବିଜୁ ବାବୁଙ୍କ ଘନିଷ୍ଠ ଏବଂ ଦୀର୍ଘ ଦିନ ଧରି ଲୋକଙ୍କ ସେବା କରିଛନ୍ତି। ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କୁ ହରାଇବା ବ୍ୟକ୍ତିଗତ ଭାବେ ମୋ ପାଇଁ ଏବଂ ଦଳ ପାଇଁ ଏକ ଅପୂରଣୀୟ କ୍ଷତି।
— Naveen Patnaik (@Naveen_Odisha) April 20, 2019
ବେଦପ୍ରକାଶଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଦୁଃଖ ପ୍ରକାଶ କରିଛନ୍ତିା ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ କରିଛନ୍ତିା
ବରିଷ୍ଠ ରାଜନେତା ବେଦପ୍ରକାଶ ଅଗ୍ରୱାଲଙ୍କ ମୃତ୍ୟୁ ଖବର ଶୁଣି ମୁଁ ମର୍ମାହତ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ଵନା ଜଣେଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।
— Chowkidar Dharmendra Pradhan (@dpradhanbjp) April 20, 2019


















