ଓଡ଼ିଶାଲାଇଭ୍‌ ବ୍ୟୁରୋ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ହିଂସା। ନୟାଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ କାଳିକାପ୍ରସାଦ ଗ୍ରାମରେ ଗୋଷ୍ଠୀ ସଂଘର୍ଷରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି କାଳିକାପ୍ରସାଦ ଗାଁରେ ଏକ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି।

ଶନିବାର ବିଳମ୍ବିତ ରାତିରେ କାଳିକାପ୍ରସାଦ ଗାଁର ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ସଂଘର୍ଷରେ ତିନି ଜଣ ଲୋକ ଆହତ ହୋଇଥିଲେ। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱରକୁ ସ୍ଥାନନ୍ତର କରାଯାଇଛି।

କାଳିକାପ୍ରସାଦ ଗାଁରେ ସୁରକ୍ଷାକୁ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏକ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି। ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟରେ ଆଜି ପ୍ରଚାର କରିବାର ଶେଷ ଦିନ ଥିବା ବେଳେ ନୟାଗଡ଼ ଜିଲ୍ଲାରେ ଏଭଳି ଏକ ତୁମୁଳକାଣ୍ଡ ଦେଖିବାକୁ ମିଳିଛି।

Comment