ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶ୍ରୀଲଙ୍କା ଆତ୍ମଘାତୀ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୩୫ ଜଣ ବିଦେଶୀ ଳୋକ ଥିବା ନେଇ ସୂଚନା ମିଳିଛି। ଏନେଇ ଖବର ସରବରାହ ସଂସ୍ଥା ଏଏନ୍‌ଆଇ ପକ୍ଷରୁ ସଦ୍ୟ ରିପୋର୍ଟ ଜାରି ହୋଇଛି।

ରବିବାର ସକାଳେ ଶ୍ରୀଲଙ୍କାର ରାଜଧାନୀ କଲୋମ୍ବୋରେ ଘଟିଛି ଏକ ବଡ଼ ଧରଣର ଆତ୍ମଘାତୀ ବିସ୍ଫୋରଣ। ରବିବାର ସକାଳେ ଇଷ୍ଟର ପର୍ବ ପାଳନ ବେଳେ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ୩ ଚର୍ଚ୍ଚ, ୨ଟି ହୋଟେଲ ଓ ଅନ୍ୟ ଏକ ସ୍ଥାନ ସହ ମୋଟ ୬ଟି ସ୍ଥାନରେ ଘଟିଛି ଏହି ବସ୍ଫୋରଣ।

ବିସ୍ଫୋରଣରେ ଲଗାତର ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଏଏନ୍‌ଆଇ ରିପୋର୍ଟ ଅନୁଯାୟୀ ବିସ୍ଫୋରଣରେ ଏପର୍ଯ୍ୟନ୍ତ ୧୫୬ ଜଣ ପ୍ରାଣ ହରାଇବା ସହ ୩୦୦ରୁ ଅଧିକ ଲୋକ ଏହି ବିସ୍ଫୋରଣରେ ଆହତ ହୋଇଛନ୍ତିା ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ବିସ୍ଫୋରଣ ପଛରେ ଆତଙ୍କବାଦୀଙ୍କ ହାତ ଥବା ସନ୍ଦେହ କରାଯାଉଥିବା ବେଳେ କୌଣସି ଆତଙ୍କବାଦୀ ଏହାକୁ ଦାୟୀ କରିନାହାନ୍ତି।

ଅନ୍ୟପକ୍ଷରେ ଭାରତର ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜ ଏନେଇ ଶ୍ରୀଲଙ୍କାରେ ଅବସ୍ଥାପିତ ଭାରତୀୟ ହାଇକମିଶନରଙ୍କ ସହିତ ଆଲୋଚନା କରିଛନ୍ତି। ଶ୍ରୀଲଙ୍କାରେ ରହୁଥିବା ଭାରତୀୟ ନାଗରିକଙ୍କ ପାଇଁ ସମସ୍ତ ପ୍ରକାର ସହାୟତା ଓ ସୂଚନା ପାଇଁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ହେଲ୍ପଲାଇନ ନମ୍ବର : +୯୪୭୭୭୯୦୩୦୮୨,  +୯୪୧୧୨୪୨୨୭୮୮, +୯୪୧୧୨୪୨୨୭୮୯ ଜାରି କରାଯାଇଛି।

Comment