ଓଡ଼ିଶାଲାଇଭ୍ ବ୍ୟୁରୋ

କେନ୍ଦ୍ରାପଡ଼ାର ପାଟକୁରା ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖାଯାଇଛିା ସ୍ଥଗିତ ନେଇ ରିଟଣ୍ଣିଂ ଅଫିସରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛିା

ପାଟକୁରା ବିଧାନସଭା ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ୱାଲଙ୍କ ବିୟୋଗ ଯୋଗୁଁ ଏଠାରେ ନିର୍ବାଚନ ସ୍ଥଗିତ ରଖାଯାଇଛିା ନିର୍ବାଚନ କମିଶନଙ୍କ ପରବର୍ତ୍ତୀ ବିଜ୍ଞପ୍ତି ପର୍ଯ୍ୟନ୍ତ ନିର୍ବାଚନ ସ୍ଥଗିତ ରହିବା

ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିଜେଡି ବିଧାୟକ ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ହୋଇଥିଲା। ବେଦପ୍ରକାଶ ଏଥର ପାଟକୁରା ନିର୍ବାଚନମଣ୍ଡଳୀରୁ ବିଜେଡି ବିଧାୟକ ପ୍ରାର୍ଥୀ ଥିଲେ। ତାଙ୍କ ବିପକ୍ଷରେ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଥିଲେ।

ବେଦପ୍ରକାଶଙ୍କ ବିୟୋଗ ପରେ ପାଟକୁରା ନିର୍ବାଚନକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ନିର୍ବାଚନ ଅଧିକାରୀଙ୍କ ନିଷ୍ପତ୍ତି କ’ଣ ରହିବ ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଥିଲା।

Comment