ଓଡ଼ିଶାଲାଇଭ ପଲିଟିକାଲ୍ ବ୍ୟୁରୋ

ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ। ଆଉ ଏହାର ଦିନକ ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି ରାଜନୈତିକ ହିଂସା। ଏପରିକି ରାଜଧାନୀ ଭୁବନେଶ୍ଵରରେ ମଧ୍ୟ ପ୍ରାକ ନିର୍ବାଚନୀ ହିଂସା ପରିଲକ୍ଷିତ ହୋଇଛି।

ଭୁବନେଶ୍ଵର ମଧ୍ୟ ବିଜେଡି ବିଧାୟକ ପ୍ରାର୍ଥୀ  ଅନନ୍ତ ନାରାୟଣ ଜେନାଙ୍କ ଉପରକୁ ବୋମାମାଡ଼ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଝାରପଡ଼ା ଅଞ୍ଚଳରେ ବୋମାମାଡ଼ର ଶିକାର ହୋଇଛନ୍ତି ଅନନ୍ତ।

ଅନନ୍ତଙ୍କ ହାତ ଓ ମୁଣ୍ଡରେ ଆଘାତ ଲାଗିଛି। ଅନନ୍ତଙ୍କ ସହ ତାଙ୍କର କିଛି ସହଯୋଗୀ ମଧ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ କ୍ୟାପିଟାଲ୍ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ତେବେ କିଏ ଓ କାହିଁକି ଏପରି ଘଟାଇଛି ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।

Comment