ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

 

ଭୋଟ୍ ଦେଲେ ଭୁବନେଶ୍ୱର ଲୋକସଭା ବିଜେପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ସେ ଭୁବନେଶ୍ୱରସ୍ଥିତ ଆଇଆରସି ଭିଲେଜ୍ ନିକଟସ୍ଥ ପ୍ରାଥମିକ ବିଦ୍ୟାଳୟରେ ହୋଇଥିବା ବୁଥ କେନ୍ଦ୍ରକୁ ଯାଇ ନିଜ ମତ ସାବ୍ୟସ୍ତ କରିଛନ୍ତି। ଅପରାଜିତା ଲମ୍ବା ଧାଡ଼ିରେ ଠିଆ ହୋଇ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହୋଇଛନ୍ତି।

ଭୋଟ୍ ଦେବା ପୂର୍ବରୁ ସେ ନିଜର ପ୍ରତିକ୍ରିୟା ରଖି କହିଛନ୍ତି, ‘‘ଲୋକମାନଙ୍କ ଭିତରେ ପ୍ରବଳ ଉତ୍ସାହ ରହିଛି। ସମସ୍ତେ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହୁଅନ୍ତୁ।’’

 

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ଅପରାଜିତାଙ୍କୁ ପ୍ରାର୍ଥୀ କରିଛି। ଅପରାଜିତା ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ପ୍ରଚାର ଜୋରଦାର କରିଥିଲେ।

ଅପରାଜିତାଙ୍କ ବିପକ୍ଷରେ ବିଜେଡିରୁ ଅରୂପ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଦେଇନି। ସିପିଆଇ(ଏମ୍) ପ୍ରାର୍ଥୀ ଜନାର୍ଦ୍ଦନ ପତିଙ୍କୁ କଂଗ୍ରେସ ସମର୍ଥନ କରୁଛି।

ତୃତୀୟ ପର୍ଯ୍ୟାୟରେ ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ନିର୍ବାଚନ ହେଉଥିବା ବେଳେ ଆଜି ୬ଟି ଲୋକସଭା ସହ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି।

Comment