ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଗରମ ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦିନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ସନ୍ଧ୍ୟାରେ କେତେକ ସ୍ଥାନରେ କାଳ ବୈଶାଖୀ ବର୍ଷା ହେଉଛି। ଶନିବାର ସନ୍ଧ୍ୟା ସୁଦ୍ଧା ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟର ୧୧ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି।

ଟିଟିଲାଗଡ଼ ରାଜ୍ୟର ସବୁଠାରୁ ଉତପ୍ତ ସହର ଭାବେ ୪୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ମାଲକାନଗିରି ଓ ବଲାଙ୍ଗିର ୪୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୨.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ସେହିପରି ଭବାନୀପାଟଣା ୪୧.୮, ସମ୍ବଲପୁର ୪୧.୬, ହୀରାକୁଦ ୪୧.୨, ସୁନ୍ଦରଗଡ଼ ୪୧, ଫୁଲବାଣୀ ୪୦.୮, ସୋନପୁର ୪୦.୨, ଅନୁଗୁଳ ୪୦.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ରାଜ୍ୟରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣପାଗ ବିଭାଗ ପୂର୍ବାନୁମାନ କରିଛି।

Comment