ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିଲାଣି। ଅସହ୍ୟ ଗୁଳୁଗୁଳିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଖରା ପ୍ରଭାବରେ ଦିନ ୯ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଲାଣି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି।

ଟିଟିଲାଗଡ଼ରେ ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଥିବା ଜଣାପଡ଼ିଛି।  ତେବେ କବଳ ଟିଟିଲାଗଡ଼ ନୁହେଁ ୩ ଦିନ ଧରି ରାଜ୍ୟରେ ତାପମାତ୍ରା ବୃଦ୍ଧି ହେବ। ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିଲାବେଳେ ଉପକୂଳ ଅଞ୍ଚଳର ତାପମାତ୍ରା ୩୮ରୁ ୩୯ ଡିଗ୍ରୀରେ ପହଞ୍ଚିଛି।

ଆସନ୍ତା ୩ ଦିନ ପାଇଁ ୯ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରାଯାଇଛି। ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡା, ସମ୍ବଲପୁର, କଳାହାଣ୍ଡି, ବଲାଙ୍ଗିର, ମାଲକାନଗିରି, ବରଗଡ, ସୋନପୁର, ସୁନ୍ଦରଗଡ ଓ ନୂଆପଡା ।

ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଡିପ ଡିପ୍ରେସନ ଓ ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟା ‘ଫନି’ର ରୂପ ନେବ।

ଏପ୍ରିଲ ୨ ତାରିଖ ବେଳକୁ  ଏହା ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବା ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇପାରେ।

Comment