ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ 

ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟିଂ। ଦିନ ୧ଟା ସୁଦ୍ଧା ରାଜ୍ୟରେ ୩୫ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି।

ମୟୂରଭଞ୍ଜରେ ୩୫.୬୭ ପ୍ରତିଶତ ମତଦାନ ହୋଇଥିବା ବେଳେ ବାଲେଶ୍ୱରରେ ୩୫.୪୧ ପ୍ରତିଶତ, ଭଦ୍ରକରେ ୩୭.୪୪, ଯାଜପୁରରେ ୩୦.୫୩, କେନ୍ଦ୍ରାପଡ଼ାରେ ୪୩.୮୦, ଜଗତସିଂହପୁରରେ ୩୦.୯୯ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି।

ଆଜି ୬ ଲୋକସଭା ଏବଂ ୪୧ ବିଧାନସଭା ଆସନ ପାଇଁ ମତଦାନ ଚାଲିଛି।

Comment