ଓଡ଼ିଶାଲାଇଭ୍ ବ୍ୟୁରୋ

ସାମୁଦ୍ରିକ ଝଡ଼ ‘ଫନି’କୁ ନେଇ ପଢ଼ନ୍ତୁ ଗୁରୁତ୍ୱପୂର୍ଣ୍ଣ ଖବର।

ଶୁକ୍ରବାର ଅପରାହ୍‌ଣରେ ଓଡ଼ିଶା ଛୁଇଁବ ବାତ୍ୟା ‘ଫନି’!

ମାଡ଼ି ଆସୁଛି ବାତ୍ୟା ‘ଫନି’। ବର୍ତ୍ତମାନ ଓଡ଼ିଶାର ପୁରୀଠାରୁ ୮୦୦ କିଲୋମିଟର ଦୁରତା ରହିଛି ବାତ୍ୟା ଫନି। ଘଣ୍ଟାପ୍ରତି ୨୩ କିଲୋମିଟର ବେଗରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି। ଶୁକ୍ରବାର ମେ’ ୩ ଅପରାହ୍‌ଣରେ ଓଡ଼ିଶା ଉପକୂଳ ଛୁଇଁବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

‘ଫନି’ ମୁକାବିଲା ଲାଗି ଅଗ୍ନିଶମ କର୍ମଚାରୀଙ୍କ ଛୁଟି ବାତିଲ୍

‘ଫନି’ ମୁକାବିଲା ଲାଗି ରାଜ୍ୟ ସରକାର ପୂରା ପ୍ରସ୍ତୁତ ଅଛନ୍ତି। ଓଡ଼ିଶା ଫାୟର ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହାସହିତ ସମସ୍ତ କର୍ମଚାରୀଙ୍କୁ କାମରେ ଯୋଗ ଦେବା ଲାଗି ନିର୍ଦ୍ଦେଶ ରହିଛି। ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି।

‘ଫନି’ ପାଇଁ ଜଗତସିଂହପୁର ପ୍ରଶାସନର ପ୍ରସ୍ତୁତି

ବାତ୍ୟା ‘ଫନି’କୁ ନେଇ ଜଗତସିଂହପୁର ଜିଲ୍ଲା ପ୍ରଶାସନର ପ୍ରସ୍ତୁତି। ବାତ୍ୟାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାପାଳ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ସହ ସଜାଗ ରହିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ।

ପୁରୀ ପାଖାପାଖି ଲ୍ୟାଣ୍ଡଫଲ କରିପାରେ ‘ଫନି’

ସାମୁଦ୍ରିକ ଝଡ଼ ‘ଫନି’ ପୁରୀ ନିକଟରେ ଲ୍ୟାଣ୍ଡଫଲ କରିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଉଛି। ପୁରୀ ନିକଟରେ ଲ୍ୟାଣ୍ଡଫଲ କରିବ ସାମୁଦ୍ରିକ ଝଡ଼ ‘ଫନି’। ଏବେ ଫନି ପୁରୀଠାରୁ ୮୩୦ କିଲୋମିଟର ଦୂରରେ ରହିଛି। ଫନି ପ୍ରଭାବରେ ପ୍ରବଳ ବର୍ଷା ସହ ଝଡ଼ ଲାଗି ରହିବ। ମେ’୨ରୁ ଉପକୂଳ ଅଞ୍ଚଳରେ ବର୍ଷା ଲାଗି ରହିବ। ମେ’୩ରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ।

Comment