ଓଡ଼ିଶାଲାଇଭ୍‌ ବ୍ୟୁରୋ

ବାତ୍ୟା ‘ଫନି’କୁ ନେଇ ଜଗତସିଂହପୁର ଜିଲ୍ଲା ପ୍ରଶାସନର ପ୍ରସ୍ତୁତି। ବାତ୍ୟାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାପାଳ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ସହ ସଜାଗ ରହିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ।

ବାତ୍ୟାକୁ ନେଇ ଜଗତସିଂହପୁର ଜିଲ୍ଲାବରସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଓଡ଼ିଶାରେ ବାତ୍ୟା ହେଲେ ଜଗତସିଂହପୁର ଜିଲ୍ଲା ସବୁବେଳେ ପ୍ରଭାବିତ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଚାଲିଛି।

ଆକଳନ କରାଯାଉଛି କି, ବାତ୍ୟା ଫନି ପୁରୀରୁ କେନ୍ଦ୍ରାପଡ଼ା ମଧ୍ୟରେ ସ୍ଥଳଭାଗକୁ ଛୁଇଁପାରେ। ଏଥିପାଇଁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ଫନି ପୁରୀଠାରୁ ୮୩୦ କିଲୋମିଟର ଦୂରରେ ରହିଛି। ଫନି ପ୍ରଭାବରେ ମେ’୨ରୁ ଉପକୂଳ ଅଞ୍ଚଳରେ ବର୍ଷା ସହ ଝଡ଼ ଲାଗି ରହିବା ବେଳେ ମେ’୩ରେ ସାରା ରାଜ୍ୟରେ ବର୍ଷା ହେବ।

Comment