ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ
ପାଟକୁରା ନିର୍ବାଚନ ତାରିଖ ଘୁଞ୍ଚାଇବା ପାଇଁ ଅନୁରୋଧ କଲେ ନବୀନ।
ଦିଲ୍ଲୀରେ ନିର୍ବାଚନ କମିଶନ ସୁନୀଲ ଅରୋଙ୍କୁ ଭେଟିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପାଟକୁରା ନିର୍ବାଚନ ତାରିଖ ଘୁଞ୍ଚାଇବା ପାଇଁ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛନ୍ତି ନବୀନ।
ନବୀନ କହିଛନ୍ତି, ‘‘ବାତ୍ୟା ଫନି ଓଡ଼ିଶା ମୁହାଁ ହୋଇଛି। ଏହାର ପ୍ରଭାବ କେନ୍ଦ୍ରାପଡ଼ା ଜିଲ୍ଲାରେ ପଡ଼ିପାରେ ବୋଲି ଆଶଙ୍କା ରହିଛି। ଏଣୁ ପାଟକୁରା ନିର୍ବାଚନ ତାରିଖ ଘୁଞ୍ଚାଯାଉ।’’
ଫନି ପ୍ରଭାବ ପୁରୀ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରେ ପଡ଼ିପାରେ ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ପାଟକୁରା ନିର୍ବାଚନ ତାରିଖ ଘୁଞ୍ଚାଇବା ଲାଗି ନବୀନ ଦିଲ୍ଲୀ ଯାଇଥିଲେ।
ପାଟକୁରା ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ପରେ ଏଠାରେ ନିର୍ବାଚନ ସ୍ଥଗିତ ରହିଥିଲା। ମେ’ ୧୯ରେ ନିର୍ବାଚନ ପାଇଁ ନିର୍ବାଚନ ଅଧିକାରୀ ତାରିଖ ଘୋଷଣା କରିଥିଲେ। ପାଟକୁରା ପାଇଁ ବିଜେଡି ଗତକାଲି ବେଦପ୍ରକାଶଙ୍କ ସ୍ତ୍ରୀ ସାବିତ୍ରୀ ଅଗ୍ରୱାଲଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା।








ପାଟକୁରା ନିର୍ବାଚନ ତାରିଖ ଘୁଞ୍ଚାଇବା ପାଇଁ ଅନୁରୋଧ କଲେ ନବୀନ।







