ଓଡ଼ିଶାଲାଇଭ୍‌ ବ୍ୟୁରୋ

ସମ୍ଭାବ୍ୟ ବାତ୍ୟା ‘ଫନି’ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା କରିଛନ୍ତି। ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ୧୭ ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।

ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, “୮ ଲକ୍ଷ ଲୋକଙ୍କୁ ଆସନ୍ତାକାଲି ସୁଦ୍ଧା ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯିବ। ପ୍ରଭାବିତ ହେଉଥିବା ଅଞ୍ଚଳରେ ଲୋକମାନଙ୍କୁ ସ୍ଥାନାନ୍ତରିତ କରାଯିବ। ପ୍ରଥମେ ମହିଳା, ଶିଶୁ, ବୟସ୍କ ଏବଂ ଦିବ୍ୟାଙ୍ଗଙ୍କ ସୁରକ୍ଷା ଉପରେ ପ୍ରାଧାନ୍ୟ ଦିଆଯିବ।”

“ପ୍ରଭାବିତ ଅଞ୍ଚଳକୁ ବିଦ୍ୟୁତ୍‌, ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦିଆଯିବ। ବାତ୍ୟା ଫନିର ମୁକାବିଲା ଲାଗି ଆମେ ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛୁ। ପ୍ରତ୍ୟେକ ଜୀବନ ଆମ ପାଇଁ ମୂଲ୍ୟବାନ ଏବଂ ଜିରୋ କାଜୁଆଲିଟି ହେଉଛି ଆମର ମିଶନ” ନବୀନ କହିଛନ୍ତି।

Comment