ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭୟଙ୍କର ରୂପ ନେଇ ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଫନି’। ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନନ୍ଦନକାନନ ଜାତୀୟ ପ୍ରାଣୀ ଉଦ୍ୟାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲିଠୁ ୪ ତାରିଖ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ ରହିବ।

ନନ୍ଦନକାନନରେ ଥିବା ପଶୁପକ୍ଷୀ ଏବଂ ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର ଏପରି ପଦକ୍ଷେପ ନେଇଥିବା ସୂଚନା ମିଳିଛି। ଭୟଙ୍କର ରୂପ ନେଇ ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଫନି’। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ‘ଫନି’ ବର୍ତ୍ତମାନ ପୁରୀଠାରୁ ୬୮୦ କିଲୋମିଟର ଦୂରରେ ରହିଥିବାବେଳେ ବିଶାଖାପଟଣାଠାରୁ ୪୩୦ କିଲୋମିଟର ଦୂରରେ ରହିଛି।

ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ‘ଫନି’ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଉଦୟଗିରି ନିକଟରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ଆଇଏମ୍‌ଡି ପୂର୍ବାନୁମାନ କରିଛି।

Comment