ଓଡ଼ିଶାଲାଇଭ୍‌ ବ୍ୟୁରୋ

ସମ୍ଭାବ୍ୟ ବାତ୍ୟା ‘ଫନି’କୁ ଦୃଷ୍ଟିରେ ରଖି ପାରାଦୀପ ବନ୍ଦର ଅପରେସନ୍‌ ବନ୍ଦ ହୋଇଛି। ଏନେଇ ବନ୍ଦର ଅଧ୍ୟକ୍ଷ ରିଙ୍କେଶ ରୟ ନିର୍ଦ୍ଦେଶ ଦେଇଛନ୍ତି। ବନ୍ଦରରୁ ଜାହଜଗୁଡ଼ିକୁ ତୁରନ୍ତ ବହାରକୁ ଆଣିବା ପାଇଁ ପାରାଦୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପକ୍ଷରେ ଓଡ଼ିଶାର ପୁରୀଠାରୁ ଆଉ ମାତ୍ର ୬୬୦ କିଲୋମିଟର ଦୂରରେ ରହିଛି ବାତ୍ୟା ‘ଫନି’। ଭୟଙ୍କର ରୂପ ନେଇ ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା। ଶୁକ୍ରବାର ସନ୍ଧ୍ୟା ୫ଟା ୩୦ରେ ‘ଫନି’ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଉଦୟଗିରି ନିକଟରେ ଲ୍ୟାଣ୍ଡଫଲ୍ କରିବା ନେଇ ଆଇଏମ୍‌ଡି ପୂର୍ବାନୁମାନ କରିଛି।

ପ୍ରତି ବାତ୍ୟାରେ ଜଗତସିଂହପୁର ଜିଲ୍ଲା ବିଶେଷ ଭାବେ ପ୍ରଭାବିତ ହୋଇଥାଏ। ଆଇଏମ୍‌ଡି ସୂଚନା ନେଇ ବାତ୍ୟା ‘ଫନି’ ପୁରୀରେ ଲ୍ୟାଣ୍ଡଫଲ୍‌ କରୁଥିଲେ ମଧ୍ୟ ଜଗତସିଂହପୁର ଜିଲ୍ଲା ଉପରେ ଏହାର ପ୍ରଭାବ ପଡ଼ିବ।

Comment