ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ଆଡ଼କୁ ମାଡ଼ି ଆସୁଥିବା ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି +୨ ଖାତା ମୂଲ୍ୟାୟନ ବନ୍ଦ କରାଯାଇଛି। ବାତ୍ୟାରେ ପ୍ରଭାବିତ ହୋଇଥିବା ଜିଲ୍ଲା ଗୁଡ଼ିକରେ +୨ ଖାତା ମୂଲ୍ୟାୟନ ବନ୍ଦ କରାଯାଇଥିବା ବେଳେ ପ୍ରଭାବିତ ହେବାକୁ ନ ଥିବା ଜିଲ୍ଲାରେ ମୂଲ୍ୟାୟନ ପୂର୍ବପରି ଚାଲିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଉପ-ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ଦାଶ ସୂଚନା ଦେଇଛନ୍ତି।

ଭୟଙ୍କର ରୁପ ନେଇ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଫନି’। ଆସନ୍ତାକାଲି ସକାଳ ୬ଟାରୁ ୧୨ଟା ମଧ୍ୟରେ ପୁରୀ ଜିଲ୍ଲା ଉପକୂଳରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।

Comment