ଓଡ଼ିଶାଲାଇଭ୍ ବ୍ୟୁରୋ

କ୍ଷୀପ୍ର ଗତିରେ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ‘ଫନି’। ବାତ୍ୟା ‘ଫନି’ ଅତ୍ୟଧିକ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇ ଓଡ଼ିଶା ଆଡ଼େ ମାଡ଼ି ଆସୁଛି। ପୁରୀଠାରୁ ଏହା ମାତ୍ର ୪୫୦ କିଲୋମିଟର ଦୁରରେ କେନ୍ଦ୍ରୀଭୂତ ହେଉଛି। ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ‘ଫନି’ ଗତି କରୁଛି। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଅପରାହ୍ଣ ସାଢ଼େ ୫ଟାରେ ପୁରୀର ଗୋପାଳପୁର-ଚାନ୍ଦବାଲି ମଧ୍ୟରେ ମାଡ଼ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି।

ଏହି ଲ୍ୟାଣ୍ଡଫଲ ସମୟରେ ପବନର ବେଗ ଘଣ୍ଟାକୁ ୧୭୦ରୁ ୧୮୦ କିଲୋମିଟର ରହିବ ବୋଲି ଅନୁମାନ କରାଯାଉଛି।

ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାପାଇଁ ଆଜିଠାରୁ ଆସନ୍ତାକାଲି ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅର୍ଥାତ୍ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୩ରୁ ୪ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ,କେନ୍ଦ୍ରାପଡ଼ା,ବାଲେଶ୍ୱର, କନ୍ଧମାଳ, ରାୟଗଡ଼ା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଅର୍ଥାତ୍ ଏହି ସବୁ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୩ରୁ ୪ ତାରିଖ ମଧ୍ୟରେ ବୌଦ୍ଧ, କନ୍ଧମାଳ, ସମ୍ବଲପୁର ଏବଂ ଦେବଗଡ଼ ଜିଲ୍ଲା ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅର୍ଥାତ୍ ଏହି ସବୁ ସ୍ଥାନରେ ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ।

Comment