ଓଡ଼ିଶାଲାଇଭ ବ୍ୟୁରୋ

ସାମୁଦ୍ରିକ ଝଡ଼ ‘ଫନି’ ପ୍ରଭାବରେ ରାଜ୍ୟରେ ଅନେକ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇସାରିଛି। କିଛିଜିଲ୍ଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବା ବେଳେ କିଛିସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାଲାଗି ରେଡ ଆଲର୍ଟ ଜାରି କରିଛନ୍ତି।

‘ଫନି’ ପ୍ରଭାବରେ ଗଜପତି, ଗଞ୍ଜାମ,ପୁରୀ, ଖୋର୍ଦ୍ଧା, କୋରାପୁଟ,ରାୟଗଡ଼ା, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାହେବାର ଆଶଙ୍କା କରାଯାଉଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନାନୁସାରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼,କଟକ, ଜଗତସିଂହପୁର,ଯାଜପୁର,ଭଦ୍ରକ, କେନ୍ଦ୍ରାପଡ଼ା,ବାଲେଶ୍ୱର,କନ୍ଧମାଳ, ରାୟଗଡ଼ା,ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର,ମୟୂରଭଞ୍ଜ। ସେହିପରି ପୁରୀ ଖୋର୍ଦ୍ଧା,କଟକ,ଜଗତସିଂହପୁର,ଢେଙ୍କାନାଳ, ଯାଜପୁର,ଭଦ୍ରକ,କେଦ୍ରାପଡ଼ା, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ମେ ୩କେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି।

ସକାଳ ୮ଟାରୁ ୧୨ଟା ଭିତରେ ପୁରୀ ଉପକୂଳରେ ‘ଫନି’ ଲ୍ୟାଣ୍ଡଫଲ କରିବ ବୋଲି କୁହାଯାଉଛି। ଏନେଇ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ପବନର ବେଗ ଅଧିକ ରହିବ। ଘଣ୍ଟାପ୍ରତି ପବନର ବେଗ ୧୭୦ରୁ ୧୮୦ କିମି ରହିବ। ସ୍ଥଳ ବିଶେଷରେ ପବନର ବେଗ ୨୦୦କିମି ବି ରହିପାରେ।

Comment