ଓଡ଼ିଶାଲାଇଭ ବ୍ୟୁରୋ

ଆସନ୍ତାକାଲିଠାରୁ ରାଜ୍ୟରେ କାଳବୈଶାଖୀ ହୋଇପାର। କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ତେବେ ରାଜ୍ୟରେ କାଳବୈଶାଖୀ ପ୍ରଭାବର ୨ରୁ ୩ ଦିନ ଲାଗି ରହିବ।

ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଓ ମାଲକାନଗିରିରେ ମେ’ ୧୨ ଅର୍ଥାତ ଆସନ୍ତାକାଲି ବର୍ଷା ହେବାର ସମ୍ଭାବନା ରହିଛି।

ବାତ୍ୟା ଫନି ପରଠୁ ରାଜ୍ୟରେ ପ୍ରବଳ ଖରା ସହ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଦିନ ୧୦ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ଆସନ୍ତା କାଲି କାଳବୈଶାଖୀ ପ୍ରଭାବରେ ବର୍ଷା ହେଲେ ଗରମରୁ ଲୋକଙ୍କୁ ଆଶ୍ୱସ୍ତି ମିଳିବ ବୋଲି ଅନୁମାନ କରାଯାଉଛି।

Comment