ଓଡ଼ିଶାଲାଇଭ୍ ବ୍ୟୁରୋ

ବାତ୍ୟା ପ୍ରଭାବିତ ୧୪ଟି ଜିଲ୍ଲାରେ ସ୍କୁଲ ଫି’ ଛାଡ଼ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ଏହାସହ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଦୁଇ ହଳ ଲେଖାଏଁ ୟୁନିଫର୍ମ ଦେବାକୁ ନିଷ୍ପତ୍ତି ନେଇଛନ୍ତି।

ଏହାସହ ଏହି ପାଞ୍ଚଟି ଜିଲ୍ଲାରେ ଥିବା ଘରୋଇ ସ୍କୁଲମାନଙ୍କୁ ଗୋଟିଏ ମାସର ସ୍କୁଲ ଫି’ ଛାଡ଼ କରିବାକୁ ରାଜ୍ୟ ସରକାର ନିବେଦନ କରିଛନ୍ତି।

ଗତ ମେ’ ୩ରେ ହୋଇଥିବା ବାତ୍ୟାରେ ୬ ହଜାର ୪୯୮ ସ୍କୁଲ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟା ଯୋଗୁଁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ୪୧୭.୮୩ କୋଟି ଟଙ୍କା କ୍ଷତିଗ୍ରସ୍ତ ହୋଇଥିବା ଆକଳନ କରାଯାଇଛି।

 

ଡିଜିଟାଲ ମିଡିଆରେ ଓଡ଼ିଶାର ପ୍ରଳୟଙ୍କରୀ ବାତ୍ୟା ସମ୍ପର୍କରେ ନିୟମିତ ରିପୋର୍ଟ  ଓ ଭିଡିଓର ପ୍ରସ୍ତୁତି ତଥା ପ୍ରସାରଣ ପାଇଁ ଓଡ଼ିଶାଲାଇଭର ଜନକଲ୍ୟାଣ ସାମ୍ବାଦିକତା ଅଭିଯାନରେ ସାମିଲ ହୁଅନ୍ତୁ। ସହଯୋଗ ଦେବାପାଇଁ ଏଇଠି କ୍ଲିକ୍ କରନ୍ତୁ।

Comment