ଓଡ଼ିଶାଲାଇଭ୍‌ ବ୍ୟୁରୋ

ସାରା ରାଜ୍ୟରେ ଭୀଷଣ ଗରମ ଅନୁଭୂତ ହେଉଥିବା ବେଳେ ଆଜି ତାପମାତ୍ରାରେ ସାମାନ୍ୟ ହ୍ରାସ ଦେଖା ଦେଇଛି। ତଥାପି ଅସହ୍ୟ ଗରମରେ ଡହଳ ବିକଳ ହେଉଛନ୍ତି ଜନସାଧାରଣ। ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟର ୭ଟି ସହରରେ ତାପମାତ୍ରା ୪୦ ଉପରେ ରହିଛି। ଉତ୍ତପ୍ତ ସହର ଭାବେ ତାଳଚେରରେ ସର୍ବାଧିକ ୪୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ଆଜି ଝାରସୁଗୁଡ଼ା, ସୋନପୁର ଓ ଟିଟିଲାଗଡ଼ରେ ୪୧ ଡିଗ୍ରୀ ତାପମାତ୍ରା ରହିଛି। ସେହିପରି ସମ୍ବଲପୁର ୪୦.୫, ବଲାଙ୍ଗିର ୪୦.୨, ଅନୁଗୁଳ ୪୦.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଅନ୍ୟପକ୍ଷରେ ଟୁଇନ୍‌ ସିଟିରେ ଆଜି ଭୀଷଣ ସହ ଗୁଳୁଗୁଳି ଅନୁଭୂତ ହୋଇଛି। ରାଜଧାନୀ ଭୁବନେଶ୍ୱରରେ ୩୯.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକରେ ୩୯.୫ ଡିଗ୍ରୀ ରହିଛି। ବାତ୍ୟା ‘ଫନି’ ପରେ ପ୍ରଭାବିତ ହୋଇଥଇବା ସହରରେ ତାପମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି।

 

ଡିଜିଟାଲ ମିଡିଆରେ ଓଡ଼ିଶାର ପ୍ରଳୟଙ୍କରୀ ବାତ୍ୟା ସମ୍ପର୍କରେ ନିୟମିତ ରିପୋର୍ଟ  ଓ ଭିଡିଓର ପ୍ରସ୍ତୁତି ତଥା ପ୍ରସାରଣ ପାଇଁ ଓଡ଼ିଶାଲାଇଭର ଜନକଲ୍ୟାଣ ସାମ୍ବାଦିକତା ଅଭିଯାନରେ ସାମିଲ ହୁଅନ୍ତୁ। ସହଯୋଗ ଦେବାପାଇଁ ଏଇଠି କ୍ଲିକ୍ କରନ୍ତୁ।

Comment