ଓଡ଼ିଶାଲାଇଭ୍ ବ୍ୟୁରୋ

ମେ’ ୧୯ରେ ୧୦ଟି ଜିଲ୍ଲାର ୩୪ଟି ବୁଥରେ ହେବ ସାନି ମତଦାନ। ଏନେଇ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ୧୦ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଜଣାଇଛନ୍ତି।

ଗତ ଏପ୍ରିଲ ୨୩ ଏବଂ ୨୯ରେ ହୋଇଥିବା ମତଦାନ ବେଳେ ଏହି ୩୪ଟି ବୁଥରେ ବିଭ୍ରାଟ ହୋଇଥିବା ଅଭିଯୋଗ ହୋଇଥିଲା।

ଦେବଗଡ଼, ଅନୁଗୁଳ, କଟକ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାରେ ସାନି ମତଦାନ ହେବ। ଯେଉଁସବୁ ବୁଥରେ ସାନି ମତଦାନ ହେବ ସେଠି ପ୍ରସ୍ତୁତି ଆରମ୍ଭ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।

ଡିଜିଟାଲ ମିଡିଆରେ ଓଡ଼ିଶାର ପ୍ରଳୟଙ୍କରୀ ବାତ୍ୟା ସମ୍ପର୍କରେ ନିୟମିତ ରିପୋର୍ଟ  ଓ ଭିଡିଓର ପ୍ରସ୍ତୁତି ତଥା ପ୍ରସାରଣ ପାଇଁ ଓଡ଼ିଶାଲାଇଭର ଜନକଲ୍ୟାଣ ସାମ୍ବାଦିକତା ଅଭିଯାନରେ ସାମିଲ ହୁଅନ୍ତୁ। ସହଯୋଗ ଦେବାପାଇଁ ଏଇଠି କ୍ଲିକ୍ କରନ୍ତୁ।

Comment