ଓଡ଼ିଶାଲାଇଭ୍‌ ବ୍ୟୁରୋ

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟର ୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

ପାଣିପାଗ ବିଭାଗ ରାଜ୍ୟର ଅନୁଗୁଳ, କଟକ, ଢ଼େଙ୍କାନାଳ ଓ ବଲାଙ୍ଗିର ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ଏହି ସ୍ଥାନଗୁଡ଼ିକରେ ଝଡ଼ ବର୍ଷା ହେବା ସହିତ ବିଜୁଳି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେଣୁ ଅପରାହ୍‌ଣ ୩ଟା ୪୫ରୁ ସନ୍ଧ୍ୟା ୬ଟା ୪୫ ପର୍ଯ୍ୟନ୍ତ ଉପରୋକ୍ତ ୪ଟି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଡିଜିଟାଲ ମିଡିଆରେ ଓଡ଼ିଶାର ପ୍ରଳୟଙ୍କରୀ ବାତ୍ୟା ସମ୍ପର୍କରେ ନିୟମିତ ରିପୋର୍ଟ  ଓ ଭିଡିଓର ପ୍ରସ୍ତୁତି ତଥା ପ୍ରସାରଣ ପାଇଁ ଓଡ଼ିଶାଲାଇଭର ଜନକଲ୍ୟାଣ ସାମ୍ବାଦିକତା ଅଭିଯାନରେ ସାମିଲ ହୁଅନ୍ତୁ। ସହଯୋଗ ଦେବାପାଇଁ https://pages.razorpay.com/cyclonefani କ୍ଲିକ୍ କରନ୍ତୁ।

Comment