ଓଡ଼ିଶାଲାଇଭ୍‌ ବ୍ୟୁରୋ

କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ଶନିବାର ସନ୍ଧ୍ୟା ୭.୩୦ଟା ଯାଏଁ ୧୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

କାଳବୈଶାଖୀ ପ୍ରଭାବରେ ରାଜ୍ୟର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଯାଜପୁର, ବାଲେଶ୍ୱର, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୭.୩୦ ଯାଏଁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛି।

ଝଡ ତୋଫାନ ସମୟରେ ପବନ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟରରେ ବେଗରେ ବହିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି।

ସାମୁଦ୍ରିକ ଝଡ଼ ‘ଫନି’ ପରେ ଓଡ଼ିଶା ପାଣିପାଗରେ ଅନିୟମିତା ଦେଖା ଦେଇଛି। ଦିନବେଳା ଗରମରେ ଲୋକେ ହନ୍ତସନ୍ତ ହେଉଥିବା ବେଳେ ସନ୍ଧ୍ୟାରେ ବଜ୍ରପାତ ସହ ବର୍ଷା ହେବାର ଲାଗିଛି। ଗତକାଲି ରାଜ୍ୟର ୧୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଏନେଇ ଚିନ୍ତାରେ ପରିବେଶବିତ୍‌।

Comment