ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିଲା ବେଳେ ଆଜି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛିା

ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ୫ଟି ଜିଲ୍ଲାରେ କାଳବୈଶାଖୀ ନେଇ ସତର୍କ ସୂଚନା ଦିଆଯାଇଛିା ଏହି ଜିଲ୍ଲା ମଧ୍ୟରେ ରହିଛି ମାଲାକାନଗିରି, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ ଓ ବାଲେଶ୍ୱର।

କାଳବୈଶାଖୀ ବର୍ଷା ସତ୍ତ୍ୱେ ଆଭ୍ୟନ୍ତରୀଣ ଓଡ଼ିଶାର ୩ ଦିନ ଧରି ଜାରି ରହିବ ହିଟ ଓ୍ୱେଭ। ଏଥିସହିତ ଏହି ୩ ଦିନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଉପକୂଳ ଜିଲ୍ଲାରେ ସାଧାରଣଠାରୁ ୧ ଡିଗ୍ରୀ ଅଧିକ ରହିବ ତାପମାତ୍ରା।

ଡିଜିଟାଲ ମିଡିଆରେ ଓଡ଼ିଶାର ପ୍ରଳୟଙ୍କରୀ ବାତ୍ୟା ସମ୍ପର୍କରେ ନିୟମିତ ରିପୋର୍ଟ  ଓ ଭିଡିଓର ପ୍ରସ୍ତୁତି ତଥା ପ୍ରସାରଣ ପାଇଁ ଓଡ଼ିଶାଲାଇଭର ଜନକଲ୍ୟାଣ ସାମ୍ବାଦିକତା ଅଭିଯାନରେ ସାମିଲ ହୁଅନ୍ତୁ। ସହଯୋଗ ଦେବାପାଇଁ https://pages.razorpay.com/cyclonefani କ୍ଲିକ୍ କରନ୍ତୁ।

Comment