ଓଡ଼ିଶାଲାଇଭ ବ୍ୟୁରୋ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲା ଗସ୍ତ କରୁଛନ୍ତି। ଫନିପରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିବେ ନବୀନ।

ଫନି ଦ୍ଵାରା ଶ୍ରୀମନ୍ଦିରରେ କେତେ କ୍ଷୟକ୍ଷତି ହୋଇଛି ଅପରାହ୍ନରେ ତାହାର ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ। ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଶ୍ରୀମନ୍ଦିର କ୍ଷୟକ୍ଷତି ନେଇ ଆକଳନ କରି ଏସଆରସିଙ୍କୁ ଦେଇସାରିଛନ୍ତି।

ଫନିରେ ପୁରୀ ଜିଲ୍ଲା ଅଧିକ କ୍ଷତିଗ୍ରସ୍ତ ହୋଇଛି। ଅନେକ ଲୋକ ସେମାନଙ୍କର ଜୀବନ ଜୀବିକା ହରାଇଛନ୍ତି। ଆଜିବି ଅନେକ ଲୋକଙ୍କ ପାଖରେ ମୌଳିକ ସୁବିଧା ପହଞ୍ଚିପାରୁନାହିଁ।

ସେପଟେ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ  କ୍ୟାବିନେଟ ବୈଠକ ବସିବ। ସେଥିରେ ବି ଫନି ପ୍ରଭାବିତ ଅଞ୍ଚଳ ଲାଗି ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା ହୋଇପାରେ।

ଡିଜିଟାଲ ମିଡିଆରେ ଓଡ଼ିଶାର ପ୍ରଳୟଙ୍କରୀ ବାତ୍ୟା ସମ୍ପର୍କରେ ନିୟମିତ ରିପୋର୍ଟ  ଓ ଭିଡିଓର ପ୍ରସ୍ତୁତି ତଥା ପ୍ରସାରଣ ପାଇଁ ଓଡ଼ିଶାଲାଇଭର ଜନକଲ୍ୟାଣ ସାମ୍ବାଦିକତା ଅଭିଯାନରେ ସାମିଲ ହୁଅନ୍ତୁ। ସହଯୋଗ ଦେବାପାଇଁ https://pages.razorpay.com/cyclonefani କ୍ଲିକ୍ କରନ୍ତୁ।

Comment