ଓଡ଼ିଶାଲାଇଭ୍ ବ୍ୟୁରୋ

ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇପାରେ। ଏଥିପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ। ରାଜ୍ୟରେ ବାତ୍ୟା ଫନି ପ୍ରଭାବରୁ ମାଟ୍ରିକ୍ ରେଜଲ୍ଟରେ ପ୍ରକାଶ ପାଇବାରେ ସାମାନ୍ୟ ବିଳମ୍ବ ହୋଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ଶନିବାର ଅପରାହ୍ଣରେ ବୋର୍ଡ ସଭାପତି ଜାହାନ ଆର ବେଗମ୍ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନରଙ୍କୁ ଭେଟି ଆଲୋଚନା କରିଥିଲେ। ଆଜି ଏକ ଉଚ୍ଚ ସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।।

ଡିଜିଟାଲ ମିଡିଆରେ ଓଡ଼ିଶାର ପ୍ରଳୟଙ୍କରୀ ବାତ୍ୟା ସମ୍ପର୍କରେ ନିୟମିତ ରିପୋର୍ଟ  ଓ ଭିଡିଓର ପ୍ରସ୍ତୁତି ତଥା ପ୍ରସାରଣ ପାଇଁ ଓଡ଼ିଶାଲାଇଭର ଜନକଲ୍ୟାଣ ସାମ୍ବାଦିକତା ଅଭିଯାନରେ ସାମିଲ ହୁଅନ୍ତୁ। ସହଯୋଗ ଦେବାପାଇଁ ଏଇଠି କ୍ଲିକ୍ କରନ୍ତୁ।

Comment