ଓଡ଼ିଶାଲାଇଭ୍ ବ୍ୟୁରୋ

ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କ ଆଇଇଡି ବିସ୍ଫୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି। ଏଲଓସି ନିକଟବର୍ତ୍ତୀ ଅଞ୍ଚଳରେ ଏହି ଆଇଇଡି  ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ବିସ୍ଫୋରଣରେ ଜଣେ ଯବାନ ସହିଦ ହେବା ସହିତ ୭ ଜଣ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ସୁରକ୍ଷାବାହିନୀର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ ଯବାନଙ୍କ ଟ୍ରେନିଙ୍ଗ ଚାଲିଥିଲାବେଳେ ଆଇଇଡି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ସଂପୃକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଦିଆଯାଇଛି।

ବୁଧବାର ସକାଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ଏହି ଏନକାଉଣ୍ଟର କୁଲଗାମ ଗୋପାଲପୋରାରେ ହୋଇଥିଲା।

Comment