ଓଡ଼ିଶାଲାଇଭ୍‌ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ଆଜି ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ସାକ୍ଷାତ କରି ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିନେଇଛନ୍ତି।

ନିକଟରେ ୧୫ଶ ବିଧାନସଭା ଭଙ୍ଗ ଲାଗି ନବୀନଙ୍କ ଶେଷ କ୍ୟାବିନେଟରେ ପ୍ରସ୍ତାବ ଗୃହୀତ ହୋଇଥିଲା। ଏହି କ୍ରମରେ ନବୀନ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏହାସହ ମନ୍ତ୍ରିମଣ୍ଡଳର ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଇସ୍ତଫା ଦେଇଛନ୍ତି।

ରାଜ୍ୟପାଳ ମନ୍ତ୍ରୀମାନଙ୍କର ଇସ୍ତଫାପତ୍ର ଗ୍ରହଣ କରିଛନ୍ତି। ନୂଆ ମନ୍ତ୍ରିମଣ୍ଡଳ ଗଠନ ହେବା ପର୍ଯ୍ୟନ୍ତ କାମଚଳା ମନ୍ତ୍ରୀ ଭାବେ କାର୍ଯ୍ୟ କରିବାକୁ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

ନବୀନଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଆଜି ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ଏବଂ ସେମାନଙ୍କ ଇସ୍ତଫାପତ୍ର ଗୃହୀତ ହୋଇଛି।

ଆସନ୍ତା ୨୭ ତାରିଖରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିବେ। ୨୦୧୯ ବିଧାନସଭା ନିର୍ବାଚନରେ ନବୀନ ୧୧୨ଟି ଆସନରେ ବହୁମତ ପାଇ ପଞ୍ଚମ ଥର ପାଇଁ ସରକାର ଗଢ଼ିବେ। ପଞ୍ଚମ ପାଳିର ସରକାରରେ କେଉଁମାନେ ମନ୍ତ୍ରୀ ହେବେ ତା’ ଉପରେ ସମସ୍ତଙ୍କର ନଜର ରହିଛି।

Comment