ଓଡ଼ିଶାଲାଇଭ ପଲିଟିକାଲ ବ୍ୟୁରୋ

ଗୁରୁବାର ସନ୍ଧ୍ୟାରେ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯାଇଥିଲା। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବି ଆମନ୍ତ୍ରଣ କରାଯାଇଥିଲା। କିନ୍ତୁ ନବୀନ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ନାହିଁ।

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ଦିନ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି। ଏହି ଦିନ ନବ ନିର୍ବାଚିତ ବିଧାୟକମାନେ ଶପଥ ନେବେ। ଏଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାୟକମାନଙ୍କ ଶପଥପାଠ ବେଳେ ଉପସ୍ଥିତ ରହିବେ। ଫଳରେ ସେ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ନାହିଁ ବୋଲି ଦଳ ତରଫରୁ କୁହାଯାଇଛି।

ସେହିପରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ନାହିଁ।

ନବୀନ ପଟ୍ଟନାୟକ ଆଜି ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ନବୀନଙ୍କ ଶପଥ ଗ୍ରହଣ ଉତ୍ସବକୁ ମୋଦିଙ୍କୁ ଆମନ୍ତ୍ରଣ କରାଯାଇଥିଲା। ହେଲେ ମୋଦି ଯୋଗ ଦେଇ ନଥିଲେ।

Comment