ଓଡ଼ିଶାଲାଇଭ ପଲିଟିକାଲ ବ୍ୟୁରୋ

ବିଜେଡି ବରିଷ୍ଠ ନେତା ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତିା କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ତାଙ୍କ ନାଁ ଘୋଷଣା କରିଛନ୍ତିା ସୂର୍ଯ୍ୟ ପାତ୍ର ବିଧାନସଭାର ୨୨ତମ ବାଚସ୍ପତି ଭାବେ ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତିା

ଆଜି ବିଧାନସଭାରେ ଗୃହ କାର୍ଯ୍ୟ ଆରମ୍ଭରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଚସ୍ପତି ପାଇଁ ସୂର୍ଯ୍ୟ ପାତ୍ରଙ୍କ ନାମ ପ୍ରସ୍ତାବ ରଖିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ଏହାପରେ ସର୍ବସମ୍ମତି କ୍ରମେ ସେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତିା

ସୂର୍ଯ୍ୟ ପାତ୍ର ମୋଟ ୭ ଥର ବିଧାୟକଭାବେ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ମୋହନାରୁ ୪ ଥର ଓ ଦିଗପହଣ୍ଡିରୁ ୩ ଥର ବିଧାୟକ ହୋଇଛନ୍ତି । ସେ ଉଭୟ ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ଶାସନ କାଳରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇ ସଫଳତା ସହ ଦାୟିତ୍ୱ ତୁଲାଇଛନ୍ତି।

Comment