ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ବଡ଼ ଦାୟିତ୍ୱ। ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ମହାନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି।

ବର୍ତ୍ତମାନ ସେ ଆଇଏମ୍‌ଡିର ଏଡିଜି ଭାବେ କାର୍ଯ୍ୟ କରୁଛନ୍ତି। ଅଗଷ୍ଟ ୧ରୁ ସେ ଆଇଏମ୍‌ଡିର ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିବେ। ଆସନ୍ତା ୫ ବର୍ଷ ଯାଏଁ ସେ ଆଇଏମ୍‌ଡିର ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ।

ବାତ୍ୟା ଫନିରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସଠିକ ଆକଳନ ପାଇଁ ଓଡ଼ିଶାରେ ଅନେକ ଧନ ଜୀବନ ରକ୍ଷା ହୋଇପାରିଥିଲା।

Comment