ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ରାତିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହେବ। ଝଡ଼ବର୍ଷା, କାଳବୈଶାଖୀ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ରାଜ୍ୟର ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ବରଗଡ଼, ଦେବଗଡ଼, ବୌଦ୍ଧ, ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ରାତି ୯.୩୦ ପର୍ଯ୍ୟନ୍ତ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ଉପରୋକ୍ତ ଜିଲ୍ଲାକୁ ସତର୍କ କରାଇଛି।

Comment