ଓଡ଼ିଶାଲାଇଭ୍ ବ୍ୟୁରୋ

କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। କେରଳରେ କିଛି ସ୍ଥାନରେ ବର୍ଷା ଆରମ୍ଭ ହେବା ସହ ପାଗ କୋହଲା ରହିଛି। ୭ ଦିନ ଭିତରେ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଗ ଅନୁକୂଳ ରହିଲେ ସପ୍ତାହ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ।

ଜୁନ୍ ୧୩ ତାରିଖରୁ ଦକ୍ଷିଣ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି। ଆଉ ୨ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ମେଘୁଆ ରହିବ। ଏହାର ୨ ଦିନ ପରେ ତାପମାତ୍ରା ସାମାନ୍ୟ ବଢ଼ିବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comment