ଓଡ଼ିଶାଲାଇଭ ବ୍ୟୁରୋ

ପଢ଼ନ୍ତୁ ଦିନ ତମାମର ପ୍ରମୁଖ ଖବର।

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନବୀନ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ୭ ଲୋକକଲ୍ୟାଣ ମାର୍ଗରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ। ମୋଦି ଦ୍ବିତୀୟଥର ଲାଗି ପ୍ରଧାନମନ୍ତ୍ରୀ ହେବା ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ହେଉଛି ପ୍ରଥମ ସାକ୍ଷାତ। ଏହି ସାକ୍ଷାତରେ ରାଜ୍ୟର ଅନେକ ପ୍ରସଙ୍ଗରେ ଆଲୋଚନା ହୋଇପାରେ।

୧୧ଟି ସହରରେ ୪୦ଡିଗ୍ରୀ ଉପରେ ପାରଦ, ଆଉ ୪ ଦିନ ଯାଏଁ ରହିବ ତାତି

ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଗଲେଣି। ସକାଳ ୮ଟାରୁ ଘର ବାହାରକୁ ବାହାରିବା କଷ୍ଟ ହୋଇପଡ଼ୁଛି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ବାରମ୍ବାର ବିଦ୍ୟୁତ କାଟ, ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କଲାଣି। ଏହି ସମୟରେ ପ୍ରାକ୍ ମୌସୁମୀ ବର୍ଷା ସମଗ୍ର ଓଡ଼ିଶାକୁ ଭିଜେଇ ଦେବା କଥା ସେହି ସମୟରେ ପ୍ରଚଣ୍ଡ ଖରା ଓ ଗୁଳୁଗୁଳି ଲୋକଙ୍କୁ ବିରକ୍ତ କରି ପକାଉଛି।

ମୁଲାୟମ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟାମ ସିଂହ ଯାଦବଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇ ପଡ଼ିଛି। ସୋମବାର ରାତିରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯିବାରୁ ତାଙ୍କୁ ବିମାନ ଯୋଗେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଛି। ଗୁଡଗାଓଁସ୍ଥିତ ମେଦାନ୍ତ ହସ୍ପିଟାଲରେ ଆଇସିୟୁରେ ଭର୍ତ୍ତି କରାଯାଇଛି।

Comment