ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ରାତିରେ ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରାଜ୍ୟର ୧୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

ସତର୍କ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲେ ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଜିଲ୍ଲାକୁ ପାଣିପାଗ ବିଭାଗ କରାଇଛି।

ରାତି ୮ଟା ଯାଏଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

Comment