ଓଡ଼ିଶାଲାଇଭ୍ ବ୍ୟୁରୋ

ନବରଙ୍ଗପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆରସିଡି ନୋଡାଲ ଉଚ୍ଚ ବିଦ୍ୟାଳୟଠାରେ କସ୍ତୁରବା ବାଳିକା ବିଦ୍ୟାଳୟର ଛାତ୍ରୀ ମାନଙ୍କୁ ନେଇ ଏକ ଅଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ ସେବା ପ୍ରାଧିକରଣର ସମ୍ପାଦକ ପ୍ରସନ୍ନ କୁମାର ବେହେରା ଯୋଗ ଦେଇଥିଲେ। ଅନ୍ୟତମ ଅତିଥି ଭାବେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି  ସୌମ୍ୟରଂଜନ ନାୟକ, ସ୍ୱେଛାସେବୀ ମନୋରମା ମାଝି, କସ୍ତୁରବା ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସି ଏଚ୍‌ ଉଷାରାଣୀ, ଶିଶୁ ସୁରକ୍ଷା ୟୁନିଟର କର୍ମଚାରୀ ଗୀତାଞ୍ଜଳି ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

Comment