ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିଠୁ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି ଦଇତାପତି ସେବାୟତ। ଘୋଷଯାତ୍ରା ପରମ୍ପରା ଅନୁସାରେ, ଦେବସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଦଇତାପତିମାନେ ଶ୍ରୀଜିଉଙ୍କ ସମସ୍ତ ନୀତିକାନ୍ତି କରିବେ।

ଆଜି ଗୋଷ୍ଠୀଗତ ଭାବେ ଦଇତାପତିମାନେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି। ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଦଇତାପତିଙ୍କ ସ୍ୱତନ୍ତ୍ର ସେବା ରହିଛି।

ଦଇତାପତି ସେବକମାନେ ସ୍ନାନପୂର୍ଣ୍ଣିମାଠାରୁ ଆରମ୍ଭ କରି ନବଯୌବନ ଦର୍ଶନ, ଶ୍ରୀଗୁଣ୍ଡିଚା ଯାତ୍ରା, ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରି ବିଜେର ସମସ୍ତ ନୀତି ନିର୍ବାହ କରିବାର ପ୍ରଥା ରହିଛି।

ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଦେବ ସ୍ନାନ ଯାତ୍ରା ପରେ ଦଇତାପତି ସେବାୟତମାନେ ଶ୍ରୀମନ୍ଦିର ଅଣସିର ପିଣ୍ଡିରେ ମହାପ୍ରଭୁଙ୍କ ଗୁପ୍ତ ସେବା କରିବେ।

ନବଯୌବନ ଦର୍ଶନ ପରେ ଦଇତା ସେବକମାନେ ରଥଯାତ୍ରାରେ ମହାପ୍ରଭୁଙ୍କୁ ରଥ ଉପରକୁ ପହଣ୍ଡି ବିଜେ କରାଇବାର ବିଧି ରହିଛି।

ମହାପ୍ରଭୁଙ୍କ ଗୁପ୍ତ ସେବା କରିବା ପାଇଁ ତ୍ରୟୋଦଶୀ ତିଥିରେ ମନ୍ଦିର ପ୍ରବେଶ କରିଛନ୍ତି ଦଇତାପତି ସେବାୟତ।

Comment