ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ମୋଦି ସରକାର ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଆସିବା ପରେ ସୋମବାରଠୁ ଆରମ୍ଭ ହେଉଛି ସଂସଦର ପ୍ରଥମ ଅଧିବେଶନ। ଜୁଲାଇ ୨୬ ଯାଏଁ ଚାଲିବ ଏହି ଅଧିବେଶନ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଆଜି ନୂଆଦିଲ୍ଲୀରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି।

ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଶାସକ ଏବଂ ବିରୋଧୀ ଦଳର ସଦସ୍ୟମାନେ ଯୋଗ ଦେଇଥିଲେ। ଅଧିବେଶନ କିପରି ସୁରୁଖୁରୁରେ ଚାଲିବ ସେନେଇ ପ୍ରଧାନମନ୍ତ୍ରୀ ସମସ୍ତଙ୍କର ସହଯୋଗ ଲୋଡ଼ିଥିଲେ।

ସର୍ବଦଳୀୟ ବୈଠକରେ ବିରୋଧୀ ସଭ୍ୟମାନେ ଚାଷୀଙ୍କ ସମସ୍ୟା ଉଠାଇଥିଲେ। ଚାଷୀଙ୍କ ଜମିକୁ ଜଳସେଚନ ବ୍ୟବସ୍ଥା କରିବାକୁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ବିରୋଧୀ।

ସର୍ବଦଳୀୟ ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସଂସଦୀୟ ବ୍ୟାପର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ପ୍ରମୁଖ ଉପସ୍ଥିତ ଥିଲେ।

ସେହିପରି କଂଗ୍ରେସ ନେତା ଗୁଲାମନବୀ ଆଜାଦ, ଆନନ୍ଦ ଶର୍ମା, ଅଧିରରଞ୍ଜନ ଚୌଧୁରୀ, ତୃଣମୂଳ କଂଗ୍ରେସ ନେତା ଡେରେକ ଓ ବ୍ରିଏନ, ନ୍ୟାସନାଲ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା, ଏନସିପି ନେତା ସୁପ୍ରିୟା ସୁଲେ ପ୍ରମୁଖ ଉପସ୍ଥିତ ଥିଲେ।

Comment